କଟକ ମହାନଗରରୁ ୪୮ କରୋନା ସଂକ୍ରମିତ ଚିହ୍ନଟ, ୭୬ ସୁସ୍ଥ

କଟକ: କଟକରେ ତଳ ମୁହାଁ ହେଉଛି ମହାମାରୀ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ କଟକ ମହାନଗରରୁ ଆଜି ୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ କ୍ୱେରାଣ୍ଟିନରୁ ଓ ୧୬ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।

ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ସଂକ୍ରମଣ ସଂଖ୍ୟା ୩୯,୧୫୦ ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ  ଆଜି କଟକ ମହାନଗରରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୩୭,୮୨୯ ରେ ପହଞ୍ଚିଛି । ତେବେ, ଏଯାବତ୍ କଟକ ମହାନଗରରୁ ୧,୨୩୦ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ