କଟକ ମହାନଗରରୁ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ
କଟକ: ଗତ ୨୪ ଘଣ୍ଟାରେ କଟକ ମହାନଗରରୁ କୌଣସି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ତେବେ, ଆଜି କଟକ ମହାନଗରରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ସୁସ୍ଥ ସଂଖ୍ୟା ୧୬,୨୬୬ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।
#COVID19 update in Cuttack city (CMC area)
We are happy to inform NO new COVID19 +ve case has been reported today in Cuttack city.
Another 1 recovery has been reported recently. KUDOS to all doctors & healthcare staff. pic.twitter.com/4ikmFBePjQ
— CMC,Cuttack (@CMCCuttack) February 14, 2021
ତଥ୍ୟ ଅନୁଯାୟୀ, ଏଯାବତ୍ କଟକ ମହାନଗରରୁ ୧୬,୩୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୮୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।