ଆଜି ଭୁବନେଶ୍ୱରରୁ ୧୦୪୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବ୍ୟାପକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ୧୦୪୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ୮୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୫୧୪୯୬ । ଏନେଇ ବିଏମସି ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।

ସେହିପରି ୮୪୮ଜଣ ଆଜି ସୁସ୍ଥ ହୋଇଛନ୍ତି।  ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ୪୧୧୩୬ ଜଣ ସୁସ୍ଥ ହୋଇସାରିଛନ୍ତି । ୨୭୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ହଜାର ୬୦ ଆକ୍ଟିଭ୍ କେସ୍‌ ରହିଛି।  ।

Leave A Reply

Your email address will not be published.

ବ୍ରେକିଂ