ରବିବାର ରାଜ୍ୟରୁ ସୁସ୍ଥ ହେଲେ ୧୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ଓଡିଶାରୁ ୧୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୮କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।

ଆଜି ସମ୍ବଲପୁରରେ ସର୍ବାଧିକ ୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ସୁନ୍ଦରଗଡ଼ ୯ଜଣ, ଅନୁଗୁଳ ଓ ପୁରୀରୁ ୮ଜଣ ଲେଖାଏଁ, ଯାଜପୁର ଓ ନୂଆପଡ଼ାରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।

<>

</>

ସେପଟେ ରାୟଗଡ଼ା ,ଝାରସୁଗୁଡ଼ାରୁ ୫ଜଣ ଲେଖାଏଁ , ବାଲେଶ୍ବର, କଟକ, ଦେବଗଡ଼ ଓ କେନ୍ଦ୍ରାପଡ଼ାରୁ ୪ ଜଣ ଲେଖାଏଁ, ଭଦ୍ରକ, ବଲାଙ୍ଗିର, ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ, ବରଗଡ଼, ମାଲକାନଗିରି, ମୟୁରଭଞ୍ଜ, ସୋନପୁରରୁ ୨ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।  ସେହିପରି ବୌଦ୍ଧ, ଗଜପତି, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.

ବ୍ରେକିଂ