ଭୁବନେଶ୍ୱରରେ ଚିହ୍ନଟ ହେଲେ ୧୧ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱର ମହାନଗରରୁ ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩ ଜଣ ଓ ସ୍ଥାନୀୟ ସଂକ୍ରମଣ ୮ ଜଣ ରହିଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୭୫କୁ ବୃଦ୍ଧି ପାଇଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ରିପୋର୍ଟ ଅନୁଯାୟୀ, ଆଜି ୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱର ମହାନଗରରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୨୧୨ରେ ପହଞ୍ଚିଛି । ବର୍ତ୍ତମାନ ୨୪୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୦ ଜଣ ସକ୍ରୀୟ କରୋନା ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ