ଆଜି ଭୁବନେଶ୍ୱରରୁ ୧୨୯୪ କରୋନା ଆକ୍ରାନ୍ତ ଚିହ୍ନଟ, ୮୦୩ ସୁସ୍ଥ

 ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୧୨୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୧ ଜଣ କ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧୩୧ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୬୬ କୁ ବୃଦ୍ଧି ହୋଇଛି।

 

ସେହିପରି ଆଜି ଭୁବନେଶ୍ୱରରୁ ୮୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ମୋଟ ୪୫ ହଜାର ୫୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧ ହଜାର ୧୭୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୮୬ ଜଣ କରୋନାରେ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.

ବ୍ରେକିଂ