ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୨୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ  ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୧୧ ହଜାର ୫୧ଟି ସକ୍ରିୟ କରୋନା ଆକ୍ରାନ୍ତ ରହିଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୦୬ ରେ ପହଞ୍ଚିଛି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୪ ନୂଆ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୮ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ ୪୬ଟି ରହିଛି ।

Leave A Reply

Your email address will not be published.

ବ୍ରେକିଂ