୨୪ ଘଣ୍ଟାରେ ରାଜ୍ୟରେ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ଯା କ୍ରମାଗତ ଭାବରେ ୨୦୦ ତଳେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ଯରେ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୪ ଜଣ ସଂଗରୋଧରେ ରହିଥିବା ବେଳେ ୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୬୬କୁ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ଯରୁ ପୁରୀରୁ ସର୍ବାଧିକ ୨୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୧୭, ସମ୍ୱଲପୁରରୁ ୧୬ ଓ ଅନୁଗୋଳ ଜିଲ୍ଲାରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ କେହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୩ ହଜାର ୮୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧ ହଜାର ୫୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୦ ହଜାର ୩୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

 

Leave A Reply

Your email address will not be published.

ବ୍ରେକିଂ