ଟାଟା ଏସି ଗାଡି ଓଲଟି ୧୫ ଆହତ

ପାତ୍ରପୁର: ପାତ୍ରପୁର ବ୍ଲକ ସାମନ୍ତରାପୁର ପଂଚାୟତର ଗୋପୀନାଥପୁର ଛକ ନିକଟରେ ଓଲିଟିଲା ଟାଟା ଏସି ଗାଡି । ୧୫ ମହିଳା ଶ୍ରମିକ ଆହତ ହୋଇଥିବା ବେଳେ ସେଥିମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଆହତ ମାନଙ୍କୁ ପ୍ରଥମେ ସ୍ଥାନୀୟ ଲୋକଙ୍କ ସହାୟତାରେ ଜରଡ଼ା ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରାଯାଇଥିଲା ପରେ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରଣ କରାଯାଇଥିଲା ।  ସେହିପରି ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ବୁଧବାର ସକାଳୁ ଧାନରୁଆ ପାଇଁ ପ୍ରାୟ ୩୦ ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ନେଇ ଯାଉଥିବା ଏକ ଟାଟା ଏସି ଗାଡିଟି ଅଧା ବାଟରେ ଓଲଟି ପଡିଲା । ଫଳରେ ୧୫ ଜଣ ଶ୍ରମିକ ଆହତ ହୋଇଛନ୍ତି । ପାତ୍ରପୁର ତହସିଲଦାର ଅମିତ୍ କୁମାର ନାୟକ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପହଞ୍ଚି ଆହାତ ଓ ଗୁରୁତର ମାନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଥିଲେ ।

Leave A Reply

Your email address will not be published.

ବ୍ରେକିଂ