ଭୁବନେଶ୍ୱରରୁ ୧୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୨୫୮ ସୁସ୍ଥ

 ଭୁବନେଶ୍ୱର: ରାଜଧାନୀରେ କମୁଛି କରୋନା ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୮ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୫ଜଣ ରହିଛନ୍ତି। ବର୍ତ୍ତମାନ ରାଜଧାନୀରୁ ୧୦୬୭୩୨ଜଣ ଚିହ୍ନଟ ହୋଇଥିବା ବେଳେ ୧୦୨୪୬୨ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏବେ ବି ଭୁବନେଶ୍ୱରରେ ୩୨୫୫ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୯୯୪ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ