ସଡକ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ

ରାୟଗଡା : ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କ୍ରିକାଲୁପାଡୁ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଅନ୍ଯ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ଟ୍ରାକ୍ଟରଟି ବିଳମ୍ବିତ ରାତିରେ ମାଝିଗୁଡା ଗାଁଠାରୁ ବେଲକଣା ଗାଁ ଅଭିମୁଖେ ଯାଉଥିଲା। ଅଧିକ ଲୋଡ ହୋଇଥିବାରୁ ଭାରସାମ୍ଯ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ସେପଟେ କଲ୍ୟାଣସିଂହପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Leave A Reply

Your email address will not be published.

ବ୍ରେକିଂ