ଭୁବନେଶ୍ୱର ମହାନଗରରୁ ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ୫
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ମହାନଗରରୁ ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତ ଦ୍ୱୟ କ୍ୱାରେଣ୍ଟିନରୁ ବୋଲି ଜଣାପଡିଛି । ଏନେଇ ବିଏମସି ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।
Update on newly detected #COVID19 cases in the last
24 hrs under the BMC area on 23rd Feb (till 9am). pic.twitter.com/xhv1Bs52pi— BMC (@bmcbbsr) February 23, 2021
ତେବେ, ଏହି ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ୱର ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୫୬ କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଆଜି ଭୁବନେଶ୍ୱର ମହାନଗରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱର ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୩୧,୬୧୫ରେ ପହଞ୍ଚିଛି ।
ସେହିପରି ଭୁବନେଶ୍ୱର ମହାନଗରରୁ ୨୪୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଏଯାବତ୍ ମହାନଗରରେ ୭୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।