କଟକ ମହାନଗରରୁ ୨ କରୋନା ଆକ୍ରାନ୍ତ‌ ଚିହ୍ନଟ, ସୁସ୍ଥ ହେଲେ ୨

କଟକ: ଗତ ୨୪ ଘଣ୍ଟାରେ କଟକ ମହାନଗରରୁ ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଏହି ୨ ନୂଆ  ଆକ୍ରାନ୍ତ ସ୍ଥାନୀୟ ସଂକ୍ରମଣ ରହିଛନ୍ତି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୩୭୧ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ  ଆଜି କଟକ ମହାନଗରରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୧୬,୨୪୬ ରେ ପହଞ୍ଚିଛି । ତେବେ, ଏଯାବତ୍ କଟକ ମହାନଗରରୁ ୮୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୩୭ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ