ଆଜି ଭୁବନେଶ୍ୱରରୁ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୧୭୬ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି । ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଭୁବନେଶ୍ୱରରୁ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

୨୧୮ ମଧ୍ୟରୁ ସଂଗରୋଧରୁ ୫୭ ଓ ସ୍ଥାନୀୟ ଅଞ୍ଚଳରୁ ୧୬୧ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ବିଏମସି ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୮୮୯ ରେ ପହଞ୍ଛିଛି । ଏଥିରୁ ୧୦୬୧୧୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୭୩୬ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

Leave A Reply

Your email address will not be published.

ବ୍ରେକିଂ