ରାଜ୍ୟରେ ସୁସ୍ଥ ହେଲେ ୨୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।   ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୮ ହଜାର ୦୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ  ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨ହଜାର ୧୧୫ଟି ସକ୍ରିୟ କରୋନା ଆକ୍ରାନ୍ତ ରହିଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୯୧ରେ ପହଞ୍ଚିଛି ।

ସୂଚନାଯୋଗ୍ୟ, ଗତ ୨୪ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨୬୦ ନୂଆ  ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୫୧ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୯ଟି । ଆଜି ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିଲେ ୨୦୬ ପଜିଟିଭ୍ ।

Leave A Reply

Your email address will not be published.

ବ୍ରେକିଂ