ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୪ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ଭୁବନେଶ୍ୱରରେ ୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ଜଣ ଓ ସ୍ଥାନୀୟ ସଂକ୍ରମଣ ୨୮ଜଣ ରହିଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୮୬୮କୁ ବୃଦ୍ଧି ପାଇଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ରିପୋର୍ଟ ଅନୁଯାୟୀ, ଆଜି ୩୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୨୪୧ରେ ପହଞ୍ଚିଛି । ଏଯାବତ୍ ୨୨୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ  ୩୮୩ ଜଣ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ