ଆଜି ଭୁବନେଶ୍ବରରୁ ୨୭୧ କରୋନା ସଂକ୍ରମିତ ଚିହ୍ନଟ, ୨୮୩ ସୁସ୍ଥ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୦୩ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ହଜାର ୯୭୮ କୁ ବୃଦ୍ଧି ପାଇଛି।

ସେହିପରି ଆଜି ଭୁବନେଶ୍ବରରୁ ୨୮୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୨ ହଜାର ୩୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୧୩୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ୫୨୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ