ଭୁବନେଶ୍ୱରରୁ ଆଜି ୨୮୩ କରୋନା ସଂକ୍ରମିତ ଚିହ୍ନଟ, ୨୩୪ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୨୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୨୨ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଭୁବନେଲ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ହଜାର ୮୮୩ କୁ ବୃଦ୍ଧି ପାଇଛି। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଆଜି ଭୁବନେଶ୍ୱରରୁ ୨୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୩ ହଜାର ୦୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୯୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ୫୭୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ