ଆଜି ଭୁବନେଶ୍ୱରରୁ ୨୯୧ କରୋନା ପଜିଟିଭ ଚିହ୍ନଟ, ୩୫୭ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ।  ଭୁବନେଶ୍ୱରରୁ ଆଜି ୨୯୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୫୭ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ପଜିଟିଭ ସଂଖ୍ୟା ୯୧ ହଜାର ୬୪୧ କୁ ବୃଦ୍ଧି ପାଇଛି । ୮୯ ହଜାର ୯୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୧୪୭ ଜଣ ଚିକିତ୍ସିତ ହେଉଥିବା ବେଳେ ୪୭୫ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.

ବ୍ରେକିଂ