ଭୁବନେଶ୍ୱର ମହାନଗରରୁ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ମହାନଗରରୁ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତ ଦ୍ୱୟ ସ୍ଥାନୀୟ ଆକ୍ରାନ୍ତ ଥିବା ବିଏମସି ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।

ତେବେ, ଏହି ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ୱର ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୫୪ କୁ ବୃଦ୍ଧି ପାଇଛି ।

ଅନ୍ୟପକ୍ଷରେ ଆଜି ଭୁବନେଶ୍ୱର ମହାନଗରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱର ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୩୧,୬୧୦ ରେ ପହଞ୍ଚିଛି ।

ସେହିପରି ଭୁବନେଶ୍ୱର ମହାନଗରରୁ ୨୪୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୭୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ