କଟକ ମହାନଗରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୬
କଟକ: ଗତ ୨୪ ଘଣ୍ଟାରେ କଟକ ମହାନଗରରୁ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ୱାରେଣ୍ଟିନରୁ ଥିବାବେଳେ ଜଣେ କ୍ୱାରେଣ୍ଟିନରୁ ଓ ୨ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି ।
ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୩୬୧ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।
#COVID19 update in Cuttack city (CMC area)
Out of the 16 new COVID19 +ve cases reported today in #Cuttack district, 3 +ve cases belong to Cuttack city (CMC area).
Another 6 recoveries have been reported recently! KUDOS to all doctors & healthcare staff. pic.twitter.com/Ek6D6it3QD
— CMC,Cuttack (@CMCCuttack) February 5, 2021
ଅନ୍ୟପକ୍ଷରେ ଆଜି କଟକ ମହାନଗରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୧୬,୨୨୮ ରେ ପହଞ୍ଚିଛି ।
ତେବେ, ଏଯାବତ୍ କଟକ ମହାନଗରରୁ ୮୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୪୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।