ଭୁବନେଶ୍ୱରରୁ ଆଜି ୩୧୧ କରୋନା ସଂକ୍ରମିତ ଚିହ୍ନଟ, ୨୩୫ ସୁସ୍ଥ

ଭୁବନେଶ୍ୱର: ଲକଡାଉନ ସଟଡାଉନ ସତ୍ତ୍ୱେ ରାଜଧାନୀ ଭୁବନେଶ୍ୱରରେ ବ୍ରେକ୍ ଲାଗୁନି ମହାମାରୀ କରୋନା । ତେବେ ଆଜି ଭୁବନେଶ୍ୱରରେ ୩୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୨୯ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରକ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ହଜାର ୧୯୪ କୁ ବୃଦ୍ଧି ପାଇଛି। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଆଜି ଭୁବନେଶ୍ୱରରୁ ୨୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୩ ହଜାର ୩୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୪୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ୫୯୫ ଜଣ କରୋନାରେ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ