ଆଜି ଭୁବନେଶ୍ୱରରୁ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ, ୩୩୦ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିମଗ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୫ଜଣ କ୍ବାରେଣ୍ଟାଇନରୁ ଥିବା ବେଳେ ୨୪୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି।

ସେହିପରି ଆଜି ୩୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜଧାନୀରୁ ବର୍ତ୍ତମାନ ସୁଦ୍ଧା ୯୧୬୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୩୩୯୧ ରେ ପହଞ୍ଚିଥିବା ବେଳେ ୧୧୮୮ ଟି ସକ୍ରିୟ ମାମଲା ରହିଛି। ୫୦୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଇଛି।

Leave A Reply

Your email address will not be published.

ବ୍ରେକିଂ