ଭୁବନେଶ୍ୱରରୁ ୩୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୫ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୫୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ହଜାର ୪୮୮ କୁ ବୃଦ୍ଧି ହୋଇଛି। ଏନେଇ ବିଏମସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ସେହିପରି ଆଜି ରାଜଧାନୀରୁ ୨୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହାକୁ ମିଶାଇ ମୋଟ ୯୪ ହଜାର ୯୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୭୯୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୭୧୧ ଜଣ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ