ଆଜି ଓଡିଶାରୁ ୩ ହଜାର ୨୩୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଧିରେ ଧିରେ ତଳ ମୁହାଁ ହେଉଛି କୋରାନା ଗ୍ରାଫ୍। ହେଲେ ବଢୁଛି ସୁସ୍ଥଙ୍କ ସଂଖ୍ୟା । ଆଜି ରାଜ୍ୟରୁ ଆଉ ୩ ହଜାର ୨୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୮୮ ଏବଂ ଷ୍ଟେଟ ପୁଲରୁ ୭୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୭୭ ହଜାର ୫୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ