ଆଜି ଭୁବନେଶ୍ୱରରୁ ୩୨୭ କରୋନା ସଂକ୍ରମିତ ଚିହ୍ନଟ, ୨୪୬ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣରେ ବ୍ରେକ ଲାଗୁନି । ତେବେ ଗତ ୨୪ ଘଣ୍ଟାରେ ଆଜି  ୩୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୭୦ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଭୁବନେଲ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ହଜାର ୬୦୦ କୁ ବୃଦ୍ଧି ପାଇଛି। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଆଜି ଭୁବନେଶ୍ୱରରୁ ୨୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୨ ହଜାର ୮୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୬୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ୫୫୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ