ଆଜି ଭୁବନେଶ୍ୱରରୁ ୩୩୨ କରୋନା ଆକ୍ରାନ୍ତ ଚିହ୍ନଟ, ୭୧୬ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ ସଂଖ୍ୟା । ଆକ୍ରାନ୍ତଙ୍କ ଠାରୁ ବଢୁଛି ସୁସ୍ଥଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୩୩୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

 

ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୬୨ ଜଣ । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୬,୪୦୨ । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ୭୧୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୩,୮୭୫ ଜଣ ସୁସ୍ଥ ହୋଇସାରିଛନ୍ତି । ୪୦୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧୦୬ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.

ବ୍ରେକିଂ