ଭୁବନେଶ୍ୱର ୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୩୬୩ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୪୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ୫୬୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ୱରରୁ ୩୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ମୋଟ ୮୮ ହଜାର ୭୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୩୨୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୪୫୫ ଜଣ କରୋନାରେ ମୃତ୍ୟୁ ଘଟିଛି।

Leave A Reply

Your email address will not be published.

ବ୍ରେକିଂ