ଭୁବନେଶ୍ୱରରୁ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୩୫୩ ସୁସ୍ଥ

 ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୭୪ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ୯୦୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ୱରରୁ ୩୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ମୋଟ ୮୯ ହଜାର ୧୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୩୦୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୪୬୦ ଜଣ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ