ଭୁବନେଶ୍ୱରରୁ ୩୬୯ କରୋନା ସଂକ୍ରମିତ ଚିହ୍ନଟ, ୨୩୫ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଉପରମୁହାଁ ହେଉଛି ମହାମାରୀ କରୋନା ଆକ୍ରାନ୍ତ ସଂଖ୍ୟା । ତେବେ ଆଜି ଭୁବନେଶ୍ୱରରେ ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ । ସେଥିମଧ୍ୟରୁ ୬୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୦୪ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ହଜାର ୭୯୧ କୁ ବୃଦ୍ଧି ପାଇଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଆଜି ଭୁବନେଶ୍ୱରରୁ ୨୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୪ ହଜାର ୪୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।  ୬୮୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ