ଭୁବନେଶ୍ୱରରୁ ଆଜି ୩୭୨ କରୋନା ସଂକ୍ରମିତ ଚିହ୍ନଟ, ୨୨୬ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମିବା ବଦଳରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ଥଠୁ ଆକ୍ରାନ୍ତଙ୍କ ଅଧିକ ରହୁଛି । ତେବେ ଆଜି ଭୁବନେଶ୍ୱରରେ ୩୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୮୫ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ହଜାର ୫୫୬ କୁ ବୃଦ୍ଧି ପାଇଛି। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଆଜି ଭୁବନେଶ୍ୱରରୁ ୨୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୩ ହଜାର ୫୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୭୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ୬୧୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ