ଆଜି ଭୁବନେଶ୍ୱରରୁ ୩୭୯ କରୋନା ଆକ୍ରାନ୍ତ ଚିହ୍ନଟ, ୨୪୮ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୦୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ହଜାର ୧୭୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ରାଜଧାନୀରୁ ୨୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହାକୁ ମିଶାଇ ମୋଟ ୯୪ ହଜାର ୭୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୭୨୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୬୯୬ ଜଣ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ