ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୮୯ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୨ ସୁସ୍ଥ

ଭୁବନେଶ୍ୱର:  ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ମହାମାରୀ କରୋନା ।  ଗତ ୨୪ ଘଣ୍ଟାରେ ୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୯୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ହଜାର ୫୦୯ କୁ ବୃଦ୍ଧି ହୋଇଛି ।  ଏନେଇ ବିଏମସି ଟ୍ୱିଟ୍ କରି ସୂଚନା ଦେଇଛି ।

ସେହିପରି ଆଜି ଭୁବନେଶ୍ବରରୁ ୨୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୬ ହଜାର ୩୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୩୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୭୯୭ ଜଣ କରୋନାରେ ମୃତ୍ୟୁ ହୋଇଛନ୍ତି ।

Leave A Reply

Your email address will not be published.

ବ୍ରେକିଂ