ଭୁବନେଶ୍ୱରର ମହାନଗରରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଆଜି ଭୁବନେଶ୍ୱର ମହାନଗରରୁ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ  ଆକ୍ରାନ୍ତମାନେ ପୂର୍ବ କରେନା ଆକ୍ରାନ୍ତଙ୍କ ସଂସ୍ପର୍ଷରେ ଆସି ସଂକ୍ରମିତ ହୋଇଥିବା ଜଣାପଡିଛି  ।

ତେବେ, ଏହି ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ୱର ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୫ରେ ପହଞ୍ଚିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ ଆଜି ଭୁବନେଶ୍ୱର ମହାନଗରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱର ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୩୧,୪୮୦ରେ ପହଞ୍ଚିଛି । ସେହିପରି ଭୁବନେଶ୍ୱର ମହାନଗରରୁ ୨୪୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬୭ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ