ରାଜ୍ୟରେ ଆଜି ୪୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍କାସ ପାଉଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ସେହିପରି ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ ଏବଂ  ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

Leave A Reply

Your email address will not be published.

ବ୍ରେକିଂ