ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୪୪୩ ସଂକ୍ରମିତ ଚିହ୍ନଟ, ୬୧୫ ସୁସ୍ଥ

ଭୁବନେଶ୍ୱର : ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରର ମହାନଗର ନୀଗମରେ ୪୪୩ ନୁଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୫୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ବେଳେ 88 ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୮୬,୦୭୦ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ୬୧୫ ଜଣ ସୁସ୍ଥ ହୋଇ ଫେରିଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୩, ୧୫୯ ଜଣ ସୁସ୍ଥ ହୋଇସାରିଛନ୍ତି । ୩୯୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ହଜାର ୪୯୪ ଆକ୍ଟିଭ୍ କେସ୍ ରହିଛି ।

 

Leave A Reply

Your email address will not be published.

ବ୍ରେକିଂ