ରାଜ୍ୟରେ ୨୪ ଘଣ୍ଟାରେ ଆଉ ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେଗତ ୨୪ ଘଣ୍ଟା ମଧ୍ୟରେ ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୨୬୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୨ ରୋଗୀ ଚିହ୍ନଟ ହୋଇଛନ୍ତି।  ୪୫୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୩ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮କୁ ବୃଦ୍ଧି ପାଇଛି । ଏଯାଏ ସୁସ୍ଥ ହେଲେଣି ୧୦ ଲକ୍ଷ ୩ ହଜାର ୬୦୩ ଜଣ ରୋଗୀ । ୫ ହଜାର ୯୪୮ ଜଣ କୋରୋନା ରୋଗୀ ଏବେ ବି ଚିକିତ୍ସାଧୀନ ଅଛନ୍ତି ।

ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୭ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୪୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

ବ୍ରେକିଂ