କଟକ ମହାନଗରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୬

କଟକ: ରାଜ୍ୟରେ ଧିରେ ଧିଲେ କରୋନା ସଂକ୍ରମଣ କମିବାରେ  ଲାଗିଛି । କଟକ ମହାନଗରରୁ ମଧ୍ୟ ପ୍ରତିଦିନ ଅଳ୍ପ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି । ଆଜି କଟକ ମହାନଗରରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଏହି ନୂଆ  ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୨ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୩ ରହିଛି। ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୨୪୬ ରେ ପହଞ୍ଚିଛି ।

ଅନ୍ୟପକ୍ଷରେ , ଆଜି କଟକ ମହାନଗରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ୧୬,୧୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କଟକ ମହାନଗରରୁ ୮୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩ ଜଣ ସକ୍ରିୟ  ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ