୨୪ ଘଣ୍ଟାରେ ରାଜ୍ୟରେ ୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ୬୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୨୫ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ  ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ କୁ ବୃଦ୍ଧି ପାଇଛି ।

ଆଜି ରାଜ୍ୟର ୧୫ ଟି ଜିଲ୍ଲାରୁ ମୋଟ୍‌ ୫୯ ଜଣ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଏବଂ ବରଗଡ ଜିଲ୍ଲାରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୭, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୬, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୩ ଜଣ ଏବଂ ସମ୍ବଲପୁର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୧୦୧  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୩୩ ହଜାର ୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ତାରେ ରହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ