ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ୱର  : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୬ କରୋନା ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩, କଟକରୁ ୨ ଓ ଯାଜପୁରରୁ ଜଣେ ଲେଖାଏଁ ଅଛନ୍ତି। ଏଥିସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୭ ହଜାର ୭୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୩୬୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ