ଭୁବନେଶ୍ୱରର ମହାନଗରରୁ ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଆଜି ଭୁବନେଶ୍ୱର ମହାନଗରରୁ ୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ  ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ୱାରେଣ୍ଟିନ କେନ୍ଦ୍ରରୁ ଓ ୩ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି ।

ତେବେ, ଏହି ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ୱର ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୦୫ରେ ପହଞ୍ଚିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ ଆଜି ଭୁବନେଶ୍ୱର ମହାନଗରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱର ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୩୧,୪୫୫ରେ ପହଞ୍ଚିଛି । ସେହିପରି ଭୁବନେଶ୍ୱର ମହାନଗରରୁ ୨୪୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୧୮୩ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ