କଟକ ମହାନଗରରୁ ୬ କରୋନା ଆକ୍ରାନ୍ତ‌ ଚିହ୍ନଟ

କଟକ: ଗତ ୨୪ ଘଣ୍ଟାରେ କଟକ ମହାନଗରରୁ ୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଏହି ନୂଆ ଆକ୍ରାନ୍ତମାନେ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।

ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୩୯୮ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ  ଆଜି କଟକ ମହାନଗରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୧୬,୨୮୯ ରେ ପହଞ୍ଚିଛି । ତେବେ, ଏଯାବତ୍ କଟକ ମହାନଗରରୁ ୮୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୧ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ