ରାଜ୍ୟରେ ୨୪ ଘଣ୍ଟାରେ ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର :  ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ସଂଗରୋଧରୁ ୩୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୨୧ ରୋଗୀ ଚିହ୍ନଟ ହୋଇଛନ୍ତି । ୫୨୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୨ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩କୁ ବୃଦ୍ଧି ପାଇଛି । ୫୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୯୨୧୮ଜଣ ସୁସ୍ଥ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୬୩ଜଣ ରହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ