ଆଜି ଓଡିଶାରୁ ୬୨ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କରୋନା ମହାମାରୀ କବଳରୁ ଧିରେ ଧିରେ ଓଡ଼ିଶା ମୁକୁଳିବାରେ ଲାଗିଛି । ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୪ ଘଣ୍ଟାରେ ୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୫ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

</>

</>

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୨ ଜଣ, ବରଗଡ଼ରୁ ୮ ଜଣ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୫ ଜଣ, ଯାଜପୁରରୁ ୩ ଜଣ, ବାଲେଶ୍ୱର, ଝାରସୁଗୁଡା, କୋରାପୁଟ,ମୟୂରଭଞ୍ଜ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ଭଦ୍ରକ, ବଲାଙ୍ଗୀର, ଗଞ୍ଜାମ, କେନ୍ଦ୍ରାପଡ଼ା,କେନ୍ଦୁଝର, ନୂଆପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଓ ଷ୍ଟେଟ୍ ପୋଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

</>

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୭୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୩୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୧୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୨ ଲକ୍ଷ ୭ ହଜାର ୩୦୨ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.

ବ୍ରେକିଂ