ରାଜ୍ୟରେ ଆଜି କରୋନାରୁ ୬୪୬ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ସଂକ୍ରମଣରୁ ୬୪୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧାରୁ ସର୍ବାଧିକ ୨୮୭ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୮୨୯ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସେହିପରି କଟକ ଜିଲ୍ଲାରୁ ୧୦୩ ଜଣ ଆକ୍ରାନ୍ତ କରୋନରୁ ସୁସ୍ଥ ହୋଇଛନ୍ତି। ଜଗତସିଂହପୁର, ସୁନ୍ଦରଗଡ଼ରୁ ୨୩-୨୩, ଯାଜପୁରରୁ ୧୯, ମୟୂରଭଂଜ, ପୁରୀରୁ ୧୮-୧୮, ବାଲେଶ୍ୱରରୁ ୧୭, ସମ୍ବଲପୁରରୁ ୧୫, ଢେଙ୍କାନାଳ, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ବରଗଡ଼ରୁ ୭, ଗଂଜାମରୁ ୬, ଅନୁଗୁଳ, ନୟାଗଡ଼ରୁ ୩-୩, ଭଦ୍ରକ, ଦେବଗଡ଼, ଝାରସୁଗୁଡ଼ାରୁ ୨-୨ ଜଣ, ବଲାଙ୍ଗୀର, କେନ୍ଦୁଝରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୬୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ