ରଥଯାତ୍ରା ପାଇଁ ପୁରୀ ସହରରେ ୬୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ

ପୁରୀ : କରୋନା କଟକଣା ମଧ୍ୟରେ ରଥାରୁଢ ହେବେ ମହାବାହୁ । ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା। ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟରେ ହୋଇଥିବା ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳଙ୍କ ସହିତ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ।

ଆସନ୍ତାକାଲି ରାତି ୮ଟାରୁ ଦୁଇ ଦିନିଆ କର୍ଫ୍ୟୁ ଲାଗୁ ହେବ । ରବିବାର ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ଯାଏଁ ୪୮ ଘଂଟା ପାଇଁ କର୍ଫ୍ୟୁ କଟକଣା ଲାଗିବ ।

ସେହିପରି ଯଦି କୌଣସି ପର୍ଯ୍ୟଟକ କିମ୍ବା ଅତିଥି ପୁରୀ ସହରର ହୋଟେଲ, ଲଜ ଓ ଧର୍ମଶାଳାରେ ରହୁଥିଲେ ଆଜି ସୁଦ୍ଧା ଖାଲି କରିବାକୁ ନିର୍ଦ୍ଦେଶ ଦେଇଛି ପୁରୀ ଜିଲ୍ଲା ପ୍ରଶାସନ । ରଥଯାତ୍ରା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ଯାଂଚ କଡାକଡି କରିଛନ୍ତି ଏଡିଜି ।  ପୁରୀ ସହରରେ ୬୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ ।

କର୍ଫ୍ୟୁ ବଳବତ୍ତର ଥିବା ସମୟରେ ବଡ଼ଦାଣ୍ଡରେ ଯାନବାହନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହାବ୍ୟତୀତ ବଡ଼ଦାଣ୍ଡରେ ଥିବା କୌଣସି ଦୋକାନ ଖୋଲାଯିବ ନାହିଁ । ସହରର ଅନ୍ୟ ସ୍ଥାନ ଗୁଡ଼ିକରେ କେବଳ ଔଷଧ ଦୋକାନ, ମେଡ଼ିକାଲ୍ ଉପକରଣ ଦୋକାନ ଏବଂ ଚଷମା ଦୋକାନ ଗୁଡ଼ିକୁ ଅନୁମତି ରହିବ। ପୁରୀ ଜିଲ୍ଲା ବାହାରୁ ଆସୁଥିବା ଲୋକଙ୍କ ଚଳପ୍ରଚଳକୁ ରୋକିବା ପାଇଁ ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯିବା ସହ ୮ଟି ଚେକିଂ ପଏଣ୍ଟର ବ୍ୟବସ୍ଥା କରାଯିବ ସହ ୬୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି ଜଣାପଡିଛି ।

ସେପଟେ ରଥ ଟାଣିବା ପାଇଁ ଆଖଡା ଶାଳରେ ନିଜକୁ ପ୍ରସ୍ତୁତ କରୁଛନ୍ତି ସେବାୟତ । ଚଳିତ ବର୍ଷ କରୋନା ଯୋଗୁଁ ଭକ୍ତଙ୍କୁ ପୁରୀ ମନା ହୋଇଛି । କେବଳ ସେବାୟତମାନେ ରଥ ଟାଣିବେ । ସେଥିପାଇଁ ଏବେ ସେବାୟତମାନେ ନିଜକୁ ପ୍ରସ୍ତୁତ କରୁଛନ୍ତି ।

Leave A Reply

Your email address will not be published.

ବ୍ରେକିଂ