ରାଜ୍ୟରେ ୨୪ ଘଣ୍ଟାରେ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର :  ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା । ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୭୬୫କୁ ବୃଦ୍ଧି ପାଇଛି।

କଟକ ଜିଲ୍ଲାରୁ ସର୍ବାଧିକ ୨୫ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଲେଖାଏଁ, ଜଗତସିଂହପୁରରୁ ୬ ଜଣଙ୍କର ମୃତ୍ୟୁ ହୋଇଛି।

ସେହିପରି ଅନୁଗୁଳ ଓ ମୟୂରଭଞ୍ଜରୁ ୫ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳରୁ ୩ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ହୋଇଛନ୍ତି। ନୟାଗଡ଼ରୁ ୨, ବୌଦ୍ଧ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ