ରାଜ୍ୟରେ ଦିନକରେ ୬୯ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

କଟକ ଜିଲ୍ଲାରୁ ସର୍ବାଧିକ ୧୯ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ, ପୁରୀ ୨ଜଣ , କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.

ବ୍ରେକିଂ