ଭୁବନେଶ୍ୱରରୁ ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ

 ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୭୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୪୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫୯୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୨୩୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ୱରରୁ ୩୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ସଂଖ୍ୟାକୁ ମିଶାଇ ମୋଟ ୩୪ ହଜାର୨୦୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪ ହଜାର ୭୬୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୧ ଜଣ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ