ରାଜ୍ୟରେ ଦିନକରେ ଆଉ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧୩ ରୋଗୀ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୭୫୪କୁ ବୃଦ୍ଧି ପାଇଛି । ୧୦୦୭୦୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ  ୫,୪୯୪ ଜଣ କୋରୋନା ରୋଗୀ ଏବେ ବି ଚିକିତ୍ସାଧୀନ ଅଛନ୍ତି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ  ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୮ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୯୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ